Home ଜିଲ୍ଲା ପରିକ୍ରମା ଭଦ୍ରକ : ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

ଭଦ୍ରକ : ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

3

ଭଦ୍ରକ, ୧ା୬ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) -ଭଦ୍ରକର ଆମ୍ବରୋଳି ଗ୍ରାମ ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୧୪୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୧୦୬ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୩୩ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୨ଟି ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୩୨ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିଲା। ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୨ଜଣ ଅଭିଯୋଗକାରୀଙ୍କୁ ମୋଟ ୬,୦୦୦/- ଟଙ୍କା ମଞ୍ଜୁର କରାଯାଇଛି। ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଡଃ ଦିଲ୍ଲୀପ ରାଉତରାଏ, ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ , ଅତିରିକ୍ତ ଜିଲ୍ଲାପାଳ ସରୋଜ ଦତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶୁଭେନ୍ଦ୍ର ସାମଲ, ଉପ ଜିଲ୍ଲାପାଳ ସୌରଭ ଚକ୍ରବର୍ତୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରମୋଦ ପ୍ରହରାଜ, ତହସିଲଦାର ସଂଗ୍ରାମ କେଶରୀ ଖୁଂଟିଆ ଓ ବ୍ଲକ ଉନ୍ନୟନ ଅଧିକାରୀ ରଶ୍ମିରଂଜନ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.