Home ଜିଲ୍ଲା ପରିକ୍ରମା ଭଦ୍ରକରେ “ବିକାଶର ଧାରା, ଓଡ଼ିଶା ସାରା” ଶୀର୍ଷକ ଜିଲ୍ଲାସ୍ତରୀୟ ଆଲୋଚନା ଚକ୍ର

ଭଦ୍ରକରେ “ବିକାଶର ଧାରା, ଓଡ଼ିଶା ସାରା” ଶୀର୍ଷକ ଜିଲ୍ଲାସ୍ତରୀୟ ଆଲୋଚନା ଚକ୍ର

1

ଭଦ୍ରକ, ୧୬ା୬ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତି ଅବସରରେ ଭଦ୍ରକ ଜିଲ୍ଲା ସଂସ୍କୃତି ଭବନଠାରେ ଆଜି “ବିକାଶର ଧାରା, ଓଡ଼ିଶା ସାରା” ଶୀର୍ଷକ ଏକ ଜିଲ୍ଲାସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଡ. ଦିଲୀପ ରାଉତରାୟଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରବିନାରାୟଣ ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶୁଭେନ୍ଦ୍ର କୁମାର ସାମଲ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରଶ୍ମିରାଣୀ ନିମାକା ଏବଂ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମଧୁସ୍ମିତା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଆଲୋଚନାଚକ୍ରରେ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀମାନେ ଗତ ଦୁଇ ବର୍ଷ ମଧ୍ୟରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା ଓ ବିକାଶମୂଳକ ପ୍ରକଳ୍ପର ସଫଳତା ଉପରେ ବିସ୍ତୃତ ଉପସ୍ଥାପନା କରିଥିଲେ। କୃଷି, ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ମହିଳା ଓ ଶିଶୁ ବିକାଶ, ଲକ୍ଷପତି ଦିଦି, ପିଏମ୍ ସୂର୍ଯ୍ୟ ଘର, ଭିତିଭୂମି ବିକାଶ ଓ ରୋଜଗାର ସୃଷ୍ଟି କ୍ଷେତ୍ରରେ ହୋଇଥିବା ଉଲ୍ଲେଖନୀୟ ଅଗ୍ରଗତି ସମ୍ପର୍କରେ ତଥ୍ୟ ଉପସ୍ଥାପିତ ହୋଇଥିଲା। ଡବଲ ଇଞ୍ଜିନ ସରକାରଙ୍କ ସମନ୍ୱିତ ପ୍ରୟାସ ଫଳରେ ଭଦ୍ରକ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ଦିଗରେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ମଧ୍ୟ ଆଲୋକପାତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଭାଗୀୟ ଅଧିକାରୀ, କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧି, ଲକ୍ଷପତି ଦିଦି ଏବଂ ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଯୋଗଦେଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.