Home ଜିଲ୍ଲା ପରିକ୍ରମା ଆଦର୍ଶ ପ୍ରଧାନଶିକ୍ଷୟତ୍ରୀ ପ୍ରବୀଣା ପରମାଣିକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଆଦର୍ଶ ପ୍ରଧାନଶିକ୍ଷୟତ୍ରୀ ପ୍ରବୀଣା ପରମାଣିକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

3

ଭଦ୍ରକ, ୧ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ଚୁଡ଼ାକୁଟି ପଂଚାୟତର ତାମ୍ପଳା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପ୍ରବୀଣା ପରମାଣିକ ଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ବୁଧବାର ଦିନ ବେଶ ଭାବପୂର୍ଣ୍ଣ ସହକାରେ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ସୁପ୍ରଭା ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ବିଜୟ ସାହୁ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ। କାର୍ଯ୍ୟକ୍ରମର ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରି ଅତିଥି ଓ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମଂଚକୁ ଆହ୍ୱାନ କରିଥିଲେ।ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ସ୍ଥାନୀୟ ସରପଂଚ କସ୍ତୁରୀ ବିଶ୍ୱାଳ। ଅନ୍ୟତମ ଅତିଥି ଭାବେ ସମିତି ସଭ୍ୟ ଜ୍ଞାନ ରଞ୍ଜନ ମହାକୁଡ଼, ସମାଜସେବୀ ପ୍ରଶାନ୍ତ ସାହୁ ,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ମାନସ ଘୋଷ, ପୂର୍ବତନ ସଭାପତି ବିଭୂତି ବାରିକ ପ୍ରମୁଖ ଯୋଗଦେଇଥିଲେ। ବକ୍ତାମାନେ ବିଦାୟୀ ପ୍ରଧାନ ଶିକ୍ଷୟତ୍ରୀ ପ୍ରବୀଣା ପରମାଣିକ ଙ୍କ କର୍ମମୟ ଜୀବନ, ଶିକ୍ଷାଦାନ ଶୈଳୀ ଏବଂ ଛାତ୍ରବତ୍ସଳ ବ୍ୟକ୍ତିତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ତାଙ୍କର ସୁଦୀର୍ଘ ଶିକ୍ଷକତା ଅବଧିରେ ସେ ଅନେକ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢ଼ିବାରେ ଯେଉଁ ଅବଦାନ ରଖିଛନ୍ତି, ତାହା ଚିରସ୍ମରଣୀୟ ହୋଇ ରହିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।ଏହି ଅବସରରେ ବିଦାୟୀ ଶିକ୍ଷୟତ୍ରୀଙ୍କୁ ମାନପତ୍ର ଓ ଉପଢୌକନ ପ୍ରଦାନ କରାଯାଇ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ମଳୟ ମୁଦୁଲି, ପୀତାମ୍ବର ବେହେରା ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.