Home ଜିଲ୍ଲା ପରିକ୍ରମା ଭଣ୍ଡାରିପୋଖରୀରେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

ଭଣ୍ଡାରିପୋଖରୀରେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

1

ଭଦ୍ରକ, ୧୪ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଏହି ଜିଲାର ଭଣ୍ଡାରିପୋଖରୀ ବ୍ଳକ ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୧୫୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୧୨୧ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୩୪ ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୪ଟି ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୧୦ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୪ଜଣ ଅଭିଯୋଗକାରୀଙ୍କୁ ମୋଟ ୧୫,୦୦୦/- ଟଙ୍କା ମଞ୍ଜୁର କରାଯାଇଛି। ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ, ଅତିରିକ୍ତ ଜ଼ିଲ୍ଲାପାଳ ସରୋଜ ଦତ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ , ଜ଼ିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶୁଭେନ୍ଦ୍ର ସାମଲ , ଉପ ଜିଲ୍ଲାପାଳ ସୌରଭ ଚକ୍ରବର୍ତୀ, ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୋଦ ପ୍ରହରାଜ ଓ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.