Home ଜିଲ୍ଲା ପରିକ୍ରମା ଧାମନଗର ବ୍ଳକରେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

ଧାମନଗର ବ୍ଳକରେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

8

ଭଦ୍ରକ, ୨୦ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଏହି ଜିଲାର ଧାମନଗର ବ୍ଳକ ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜିଲ୍ଲାପାଳକଂ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୧୧୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୯୩ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୧୧ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୬ଟି ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୧ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୬ଜଣ ଅଭିଯୋଗକାରୀଙ୍କୁ ମୋଟ ୩୦,୦୦୦/- ଟଙ୍କା ମଞ୍ଜୁର କରାଯାଇଛି। ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ, ଅତିରିକ୍ତ ଜ଼ିଲ୍ଲାପାଳ ସରୋଜ ଦତ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅରୂପ ଅଭିଷେକ ନାୟକ , ଅତିରିକ୍ତ ଜ଼ିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଧନାଇଚରଣ ଟୁଡୁ , ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୋଦ ପ୍ରହରାଜ, ଧାମନଗର ବ୍ଲକ ଉନ୍ନୟନ ଅଧିକାରୀ ବନବିହାରୀ ଦିଣ୍ଡା ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.