Home ଜିଲ୍ଲା ପରିକ୍ରମା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ପୂର୍ଣ୍ଣିମା

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁ ପୂର୍ଣ୍ଣିମା

7

ଭଦ୍ରକ, ୨୯ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଆଜି ସରସ୍ୱତୀ ଶିସୁ ବିଦ୍ୟା ମନ୍ଦିର ଭଦ୍ରକ ବନ୍ତରେ ଶ୍ରୀ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ଶିକ୍ଷକ ତଥା ବିଶିଷ୍ଟ ପାଲା ଗାୟକ ନବ କୁମାର ଲେଙ୍କା ଯୋଗଦାନ କରି ଆଜିର ଦିବସର ମହତ୍ୱ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଦାମୋଦର ନାୟକ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଯୋଜନାରେ କାର୍ଯ୍ୟକ୍ରମକୁ ସଂଯୋଜନା କରି ଶ୍ରୀଗୁରୁ ପୂର୍ଣ୍ଣିମାର ବିଷୟରେ ବ୍ୟାଖା କରିଥିଲେ । ଶେଷରେ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଅନନ୍ତ ପଲେଇ ଧନ୍ୟବାଦ ପ୍ରଦାନ କରିଥିଲେ । ପ୍ରଧାନ ଆଚାର୍ଯ୍ୟଙ୍କ ଦ୍ୱାରା ମୁଖ୍ୟ ଅତିଥିଙ୍କୁ ପୁଷ୍ପଗୁଚ୍ଛ ଓ ଉତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମରେ ଶତାଧିକ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.