ଭଦ୍ରକ, ୨୪ା୮ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଜିଲ୍ଲା କୋର୍ଟ ପରିସର ରେ ୨୦୨୬ ମସିହାର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ସେପ୍େଟମ୍ବର ମାସ ୧୨ ତାରିଖରେ ଅନୁଷ୍ଠିତ ହେବ । ଜିଲ୍ଲା ଆଇନ୍ ସେବା ପ୍ରଧିକରଣ ର ଅଧ୍ୟକ୍ଷ ଲଲାତେନ୍ଦୁ ଜେନା ଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଧିକରଣ ସଚିବ ପୁଣ୍ୟ ଶ୍ଲୋକ ରଥ ଏହି ସୂଚନା ଦେଇ ଛନ୍ତି। ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରଧିନ ମୋକଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ), ଚେକ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ମାମଲା, ରାଜସ୍ୱ ମାମଲା, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ବିଲ ଦେୟ ଜନିତ ବିବାଦ (ସାଲିସ ବିହୀନ ବିବାଦକୁ ବାଦ ଦେଇ) ବୈବାହିକ ବିବାଦ (ଛାଡପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ଚାକିରି ସମନ୍ଧୀୟ (ଦରମା , ଭତା ଓ ଅବସର କାଳୀନ ପ୍ରାପ୍ୟ), ମୋଟର ଯାନ ସମ୍ବଧୀୟ ଓ ଅନ୍ୟାନ୍ୟ ଦିୱାନୀ ମୋକଦମା ଇତ୍ୟାଦିର ଆପୋସ ସହମତିରେ ସମାଧାନ କରାଯାଇପାରିବ, କେବଳ ବିଚାରଧିନ ମୋକଦ୍ଦମା ନୁହେଁ ପ୍ରାକ ମୋକଦ୍ଦମା ସ୍ତରୀୟ (କଚେରୀରେ ଦାୟର ହୋଇ ନଥିବା), ଚେକ ବାଉନ୍ସ ମାମଲା, ବି.ଏସ୍.ଏନ୍.ଏଳ୍, ବ୍ୟାଙ୍କ ଋଣ ବିବାଦ , ଶ୍ରମ ଓ ନିଯୁକ୍ତି ବିବାଦ, ଅନ୍ୟାନ୍ୟ ସାଲିସ ଯୋଗ୍ୟ ଫୌଜଦାରୀ ଓ ଅନ୍ୟାନ୍ୟ ଦିୱାନୀ ମୋକଦ୍ଦମା ଇତ୍ୟାଦିର ମଧ୍ୟ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ । ଏହାର ସୁବିଧା ଯେପରି ଲୋକମାନେ ପାଇ ପାରିବେ ଓ ଏହାର ପ୍ରଚାର ପ୍ରସାର ମଧ୍ୟାମ୍ ରେ ଅଧିକରୁ ଅଧିକ ଲୋକ ଉପକୃତ ହୋପାରିବେ, ସେଥିପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପ୍ରଚେଷ୍ଟା ଜାରି ରଖିଛନ୍ତି । ଜନ ସାଧାରଣ କୌଣସି ଦ୍ୱନ୍ଦ ବା ଭୟଭୀତ ନ ହୋଇ ଏହାର ସୁଯୋଗ ନେବାକୁ କୁହା ଯାଇଛି ।








