Home ଜିଲ୍ଲା ପରିକ୍ରମା ବିକଶିତ ଭାରତ ସଂକଳ୍ପ ସଭା , କଳସ ଯାତ୍ରା, ଜଳାଭିଷେକ ଓ ପାଲା ପରିବେଷଣ ସହ...

ବିକଶିତ ଭାରତ ସଂକଳ୍ପ ସଭା , କଳସ ଯାତ୍ରା, ଜଳାଭିଷେକ ଓ ପାଲା ପରିବେଷଣ ସହ ହିତାଧିକାରୀଙ୍କୁ ବିଭିନ୍ନ ଯୋଜନାରେ ସହାୟତା ପ୍ରଦାନ

2

ଭଦ୍ରକ, ୧୬ା୧୦ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ବିକଶିତ ଭାରତ ସଂକଳ୍ପ ସଭା ଅବସରରେ ସେବା ଜ୍ୟୋତି କଳସ ଯାତ୍ରା, ଜଳାଭିଷେକ ଓ ପାରମ୍ପରିକ ପାଲା ପରିବେଷଣ ସହିତ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ହିତାଧିକାରୀଙ୍କୁ ସହାୟତା ପ୍ରଦାନ କାର୍ଯ୍ୟକ୍ରମ ଆଜି ସହୀଦ ସ୍ମୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ୪୫ ଜଣ ମହିଳା ସାଳନ୍ଦୀ ଘାଟରୁ କଳସ ଧରି ଲୋକନାଥ ମନ୍ଦିର ପର୍ଯ୍ୟନ୍ତ ଯାତ୍ରା କରିଥିଲେ। ମନ୍ଦିରରେ ବିଧିବଦ୍ଧ ଭାବେ ଜଳାଭିଷେକ କରାଯାଇଥିଲା। ପରେ ପାରମ୍ପରିକ ପାଲା ଓ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଥିଲା। ଏଥିପାଇଁ ରାଜ୍ୟସ୍ତରରୁ ପାଲା କଳାକାରମାନେ ଯୋଗଦେଇ ନିଜର କଳା ପ୍ରଦର୍ଶନ କରିଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ଯୋଜନାର ହିତାଧିକାରୀଙ୍କୁ ଭତା, ଅନ୍ତ୍ୟୋଦୟ ଗୃହ ଯୋଜନା ଅଧୀନରେ ଗୃହ ଏବଂ ରାସନ କାର୍ଡ ପ୍ରଦାନ କରାଯାଇଥିଲା। ଏହି ପଦକ୍ଷେପ ମାଧ୍ୟମରେ ଯୋଗ୍ୟ ହିତାଧିକାରୀଙ୍କୁ ସରକାରୀ ଯୋଜନାର ସୁବିଧା ପହଂଚାଇବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏହି ସଭାରେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ସୀତାଂଶୁ ଶେଖର ମହାପାତ୍ର, ବିଜେପି ଜିଲ୍ଲା ସଭାପତି ଭଗବାନ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ସରୋଜ ଦତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶୁଭେନ୍ଦ୍ର ସାମଲ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଶ୍ମିରଞ୍ଜନ ମଲ୍ଲିକଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ବିକଶିତ ଭାରତ ଗଠନର ସଂକଳ୍ପ ସହ ଜନକଲ୍ୟାଣକାରୀ ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଂଚାଇବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.