ଭଦ୍ରକ, ୧୬ା୧୦ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲ୍ଲା ତିହିଡି଼ ବ୍ଲକ ପୀରହାଟ ଥାନା ଅଧୀନ ଜାମଯୋଡ଼ି ପଂଚାୟତର ଅଲାଳ ଗ୍ରାମରେ ଶୁକ୍ରବାର ସକାଳେ ସାପ କାମୁଡ଼ାରେ ଅକ୍ଷୟ ମିଶ୍ର (୪୩)ନାମକ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି । ଅକ୍ଷୟ ସକାଳେ ଶୋଇଥିବା ଘର ଭିତରେ ମଶାରୀ ଖୋଲୁଥିବା ବେଳେ ତାଙ୍କୁ ଏକ ବିଷାକ୍ତ ସାପ କାମୁଡ଼ି ଦେଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ତିହିଡି଼ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ସେଠାରୁ ତାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ମୃତ୍ୟୁ ଘଟିଥିଲା ଫ ଏହି ଘଟଣାରେ ପୀରହାଟ ପୋଲିସ ମୃତଦେହକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଷ୍ଟମର୍ଟମ ପାଇଁ ପଠାଇଛି ।







