Home ଜିଲ୍ଲା ପରିକ୍ରମା ତିହିଡିରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

ତିହିଡିରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

1

ଭଦ୍ରକ, ୨୬ା୧୦ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) -ଏହି ଜିଲାର ତିହିଡି ବ୍ଳକର ରାଜନଗର ଗ୍ରାମ ପଂଚାୟତ ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜ଼ିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେଇଯାଇଛି। ଏହି ଶୁଣାଣିରେ ମୋଟ ୨୧୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୧୮୧ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୨୮ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରସ ଅଧିନସ୍ତ ୮ଟି ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୧୭ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିବାବେଳେ ଜ଼ିଲ୍ଲା ରେଡ଼କ୍ରସ ମାଧ୍ୟମରେ ୮ ଜଣ ଅଭିଯୋଗକାରୀଙ୍କୁ ୬୦୦୦୦ ଟଙ୍କା ମଂଜୁର କରାଯାଇଛି । ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ , ଆରକ୍ଷୀ ଅଧିକ୍ଷକ ମନୋଜ ରାଉତ, ଅତିରିକ୍ତ ଜ଼ିଲ୍ଲାପାଳ ସରୋଜ ଦତ, ମୁଖ୍ୟ ଉନ୍ନୟନ ଅଧିକାରୀ, ଡିଆରଡିଏ ଶୁଭେନ୍ଦ୍ର ସାମଲ, ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୋଦ ପ୍ରହରାଜ, ଉପ ଜ଼ିଲ୍ଲାପାଳ ସୌରଭ ଚକ୍ରବର୍ତୀ, ତିହିଡି ବ୍ଲକ ଅଧ୍ୟକ୍ଷା ଏବଂ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.