ଭଦ୍ରକ, ୩୧ା୧୦ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୁଲ୍ୟରେ ଆଜି ଭଦ୍ରକ ଜିଲ୍ଲାପାଳଙ୍କ ସଦଭାବନା ସଭା ଗୃହରେ ଜାତୀୟ ଏକତା ଦିବସ ଅବସରରେ ରାଷ୍ଟ୍ରୀୟ ଏକତା ଶପଥ ପାଠ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ (ରାଜସ୍ୱ) ,ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ସରୋଜ କୁମାର ଦତ ଓ ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଦେଶର ଏକତା ଓ ଅଖଣ୍ଡତା ରକ୍ଷା ପାଇଁ ଶପଥ ନେଇଥିଲେ।








