Home ଜିଲ୍ଲା ପରିକ୍ରମା ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

5

ଭଦ୍ରକ, ୩୧ା୧୦ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ପ୍ରାଙ୍ଗଣରେ ଏନ.ଏସ.ଏସ. ଆନୁକୂଲ୍ୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ – ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଲଳିତ ରଞ୍ଜନ ସାହୁ ସ୍ୱଚ୍ଛତା, ଉତରଦାୟିତ୍ୱ, ସଚ୍ଚୋଟତା ଓ ଦୁର୍ନୀତି ନିବାରଣ ସମ୍ପର୍କରେ ଆଲୋକପାତ କରିବା ସହିତ ଛାତ୍ରଛାତ୍ରୀ ଏବଂ ଅଧ୍ୟାପକ-ଅଧ୍ୟାପିକା ମାନଙ୍କ ଦ୍ୱାରା ଦୁର୍ନୀତି ନିବାରଣ ସଚେତନତା ଉଦ୍ଦେଶ୍ୟରେ ଏକ ଶପଥ ପାଠ କରାଇଥିଲେ। ଡ. ରଞ୍ଜନ କୁମାର ବେହେରା, ଡ. ସଞ୍ଜୟ କୁମାର ଦତ, ଗିରିଶ ଚନ୍ଦ୍ର ପ୍ରଧାନ ଏବଂ ସଞ୍ଜୁ କୌଶଲ୍ୟା ମଧ୍ୟ ଏହି କାର୍ଯ୍ୟକ୍ରମକୁ ସମର୍ଥନ ଓ ସହଯୋଗ ପ୍ରଦାନ କରିବା ସହ ନିଜ ନିଜର ମୂଲ୍ୟବାନ ମତାମତ ଉପସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡ଼ଃ ସୁଦର୍ଶନ ଦାସ ସଫଳତାର ସହ ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁସଂଖ୍ୟକ ଛାତ୍ରଛାତ୍ରୀ ଯୋଗଦାନ କରି କାର୍ଯ୍ୟକ୍ରମଟିକୁ ସାଫଲ୍ୟ ମଣ୍ଡିତ କରିଥିଲେ। ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ମୁଖ୍ୟ ଲକ୍ଷ୍ମୀକାନ୍ତ ନାୟକ ଏହି କାର୍ଯ୍ୟକ୍ରମକୁ ସମର୍ଥନ କରିବା ସହ ଆବଶ୍ୟକୀୟ ସହଯୋଗ ପ୍ରଦାନ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.