ଭଦ୍ରକ, ୨୭ା୧୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – କେନ୍ଦୁଆପଦା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଓ କନିଷ୍ଠ ବିଭାଗରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ୪୩ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନଶିକ୍ଷକ ଶଶିଶେଖର କରଶର୍ମା କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ । ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଉତମ କୁମାର ଦତ ଯୋଗଦେଇ କୁନି ବୈଜ୍ଞାନିକ ମାନଙ୍କୁ ବିଜ୍ଞାନର ଉପକାରିତା ଉପରେ କହିଥିଲେ । ଶିକ୍ଷକ ତରଣୀ ସେନ ଜେନା ଅତିଥି ପରିଚୟ, ବିଜ୍ଞାନ ଶିକ୍ଷକ ତାପସ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଅଜୟ କୁମାର ସେଠୀ, ଶ୍ୱାଶତୀ ପାଣିଗ୍ରାହୀ, ସୋଫିଆ ମଲ୍ଲିକଙ୍କ ସମେତ ଶିକ୍ଷକ,ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀ ସହଯୋଗ କରିଥିଲେ ।








