Home Top News ୨୮ରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା : ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ପ୍ରବଳ...

୨୮ରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା : ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ପ୍ରବଳ ବର୍ଷିବ

258

ଭୁବନେଶ୍ୱର ୨୫ ଜୁଲାଇ (ଓଡ଼ିଆ ପୁଅ) ୨୮ ଜୁଲାଇରେ ଉତ୍ତର ବଙ୍ଗୋପସାଗରରେ ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ ଅଞ୍ଚଳ ସୃଷ୍ଟି ହେବାର ସମ୍ଭାବନା ଅଛି। ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ୱର ଏହି ୩ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍ ବ୍ୟତୀତ ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଏହା ବ୍ୟତୀତ ଉତ୍ତର ଓଡ଼ିଶା ଏବଂ ଦକ୍ଷୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟି ଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନାଥିବା ଆକଳନ କରିଛି ପାଣିପାଗ ବିଭାଗ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.