Odiapua.com

୨୧ ଜୁଲାଇରେ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା – ଆସନ୍ତା ୨୪ ଘଣ୍ଟା ପାଇଁ ଏହି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ – ପ୍ରବଳ ବର୍ଷିବ

ଭୁବନେଶ୍ୱର ୧୭ ଜୁଲାଇ (ଓଡ଼ିଆ ପୁଅ) ୨୧ ଜୁଲାଇରେ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଉପକୂଳରେ ଏକ ଲଘୁଚାପ ଅଞ୍ଚଳ ସୃଷ୍ଟି ହେବାର ସମ୍ଭାବନା ଅଛି। ଏ ନେଇ ପାଣିପାଗ ବିଭାଗ ଆଖଳନ କରିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଏହି ୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍ ବ୍ୟତୀତ ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଏହା ବ୍ୟତୀତ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଗୋଟି ଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନାଥିବା ଆକଳନ କରିଛି ପାଣିପାଗ ବିଭାଗ।