Odiapua.com

ଆନ୍ଧ୍ର ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ – ଏହି ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷିବ

ଭୁବନେଶ୍ୱର ୧୩-୯ (ଓଡ଼ିଆ ପୁଅ) ଆନ୍ଧ୍ରପ୍ରଦେଶ ତଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସାଇକ୍ଲୋନିକ ସର୍କ୍ୟୁଲେସନ ପ୍ରଭାବରେ ଆଜି ସକାଳେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହି କାରଣରରୁ କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, ଗଜପତି, ନବରଙ୍ଗପୁର ଜିଲ୍ଲାପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏ ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ଜିଲ୍ଲାଗୁଡ଼ିକରେ ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏହା ବ୍ୟତୀତ କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡ଼ା, ନବରଙ୍ଗପୁର କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ ଜିଲ୍ଲାରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ଘଡଘଡି ହେବାର ସମ୍ଭାବନା ରହିଛି।

ଆସନ୍ତା କାଲି ଦକ୍ଷୀଣ ଏବଂ ମଧ୍ୟ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡଘଡି ହେବାର ସମ୍ଭାବନା ରହିଛି।
ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା ଜିଲ୍ଲାରେ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।