Home Coronavirus Outbreak କରୋନା: ପରୀକ୍ଷାଗାର ଭିତ୍ତିଭୂମିରେ ଦ୍ରୁତ ବିକାଶ – ବର୍ତ୍ତମାନ ସୁଦ୍ଧା ୧.୫ କୋଟିରୁ ଊର୍ଦ୍ଧ୍ଵ...

କରୋନା: ପରୀକ୍ଷାଗାର ଭିତ୍ତିଭୂମିରେ ଦ୍ରୁତ ବିକାଶ – ବର୍ତ୍ତମାନ ସୁଦ୍ଧା ୧.୫ କୋଟିରୁ ଊର୍ଦ୍ଧ୍ଵ ନମୁନା ପରୀକ୍ଷା

71

ନୂଆଦିଲ୍ଲୀ -୨୫-୭ (ଓଡ଼ିଆ ପୁଅ) ଏପର୍ଯ୍ୟନ୍ତ ୧, ୫୪, ୨୮, ୧୭୦ କୋଭିଡ-୧୯ ନମୁନା ପରୀକ୍ଷା କରାଯାଇଛି। କେବଳ ଗତ ୨୪ ଘଣ୍ଟା ମଧ୍ୟରେ ସଂକ୍ରମିତଙ୍କୁ ଚିହ୍ନଟ କରିବା ପାଇଁ ୩, ୫୨, ୮୦୧ ନମୁନା ପରୀକ୍ଷା କରାଯାଇଛି।

ସେହି ଅନୁସାରେ ଦେଶରେ ଏବେ ୧୦ ଲକ୍ଷ ଜନସଂଖ୍ୟାରେ ୧୧୧୭୯.୮୩ ନମୁନା ପରୀକ୍ଷା କରାଯାଉଛି, ଯାହା ପରୀକ୍ଷାଗାରର ବ୍ୟାପକ ବୃଦ୍ଧି ଯୋଗୁଁ ସମ୍ଭବ ହୋଇପାରିଛି।

ବର୍ତ୍ତମାନ ସୁଦ୍ଧା ୧୨୯୦ଟି ପରୀକ୍ଷାଗାରରେ ଏହି ପରୀକ୍ଷଣ କରାଯାଉଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କ ସମନ୍ଵୟ ଯୋଗୁଁ ବିଭିନ୍ନ ପଦ୍ଧତିରେ ଏହି ପରୀକ୍ଷଣ ହେଉଛି। ଆଇସିଏମଆର ଦ୍ଵାରା ସ୍ଵୀକୃତ ଆରଟି-ପିସିଆର ପରୀକ୍ଷାଗାର ଅତ୍ୟାଧୁନିକ ନମୁନା ପରୀକ୍ଷଣରେ ମୁଖ୍ୟ ଆୟୁଦ୍ଧ ହୋଇଥିବା ବେଳେ ଦେଶରେ ବର୍ତ୍ତମାନ ସରକାରୀ କ୍ଷେତ୍ରରେ ୮୯୭ ଓ ଘରୋଇ କ୍ଷେତ୍ରରେ ୩୯୩ଟି ପରୀକ୍ଷାଗାର କାର୍ଯ୍ୟ କରୁଛି।

କୋଭିଡ-୧୯ ସମ୍ବନ୍ଧୀୟ ବୈଷୟିକ ତଥ୍ୟ, ମାର୍ଗଦର୍ଶିକା ଓ ନିୟମାବଳୀର ସୂଚନା ପାଇଁ ନିୟମିତ ପରିଦର୍ଶନ କରନ୍ତୁ: https://www.mohfw.gov.in/ ଏବଂ @MoHFW_INDIA।

ଏ ସମ୍ପର୍କିତ ବୈଷୟିକ ପ୍ରଶ୍ନାବଳୀ [email protected] ଏବଂ [email protected] ଏବଂ @CovidIndiaSeva କୁ ପଠାଇ ପାରିବେ।

କୋଭିଡ-୧୯ ଜନିତ କୌଣସି ଜିଜ୍ଞାସା ପାଇଁ ଦୟାକରି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ହେଲ୍ପଲାଇନ ନଂ : + ୯୧-୧୧-୨୩୯୭୮୦୪୬ କିମ୍ବା ୧୦୭୫ (ଦେୟ ମୁକ୍ତ)ରେ ସମ୍ପର୍କ କରିପାରନ୍ତି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର କୋଭିଡ-୧୯ ହେଲ୍ପଲାଇନ ନମ୍ବରଗୁଡ଼ିକର ତାଲିକା ନିମ୍ନ ୱେବସାଇଟ ରେ ଉପଲବ୍ଧ।

https://www.mohfw.gov.in/pdf/coronvavirushelplinenumber.pdf

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.