ଅନନ୍ତ ଚତୁର୍ଦ୍ଦଶୀ ଭାଦ୍ରବ ଶୁକ୍ଳ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ। ମହାମୁନୀ କଶ୍ୟପ ଓ ଦକ୍ଷ ପୁତ୍ରୀ କଦ୍ରୂଙ୍କଠାରୁ ଜନ୍ମିତ ଅନନ୍ତଙ୍କୁ ପୁରାଣରେ ଶେଷ- ବାସୁକୀ ନାମରେ ସ୍ତୁତି କରାଯାଇଛି। ହରିବଂଶ ପୁରାଣ ମତରେ ଜନ୍ମ ପରେ ଅନନ୍ତଦେବ ମାତାଙ୍କୁ ପରିତ୍ୟାଗ କରି ବାୟୁଭକ୍ଷ ବ୍ରତ ଅବଲମ୍ବନ କଲେ। ଜିତେନ୍ଦ୍ରିୟ ରୂପେ ଅନନ୍ତ ଅନେକ ତୀର୍ଥ ଭ୍ରମଣ ପୂର୍ବକ କଠୋର ତପସ୍ୟା କରିଥିଲେ। ଉଗ୍ର ତପସ୍ୟାରେ ପ୍ରୀତ ହୋଇ ପିତାମହ ବ୍ରହ୍ମା ତାଙ୍କୁ ଅଭୟ ଆଶିର୍ବାଦ ପ୍ରଦାନ କରିବା ସହ ସେ ବିଚଳିତ ଧରଣୀକୁ ଧାରଣ କରି ଭୂମଣ୍ଡଳକୁ ସ୍ଥିର କରିବା ପାଇଁ ଆଦେଶ ଦେଇଥିଲେ। ସେବେଠାରୁ ଦେବକାର୍ଯ୍ୟ ପାଇଁ ଅନନ୍ତ ନିଜ ମସ୍ତକରେ ଭୂମଣ୍ଡଳକୁ ଧାରଣ କରିଛନ୍ତି। ଯେତେବେଳେ ଅନନ୍ତ ନିଜ ଶିର ଚାଳନ କରନ୍ତି ସେ ସମୟରେ ଭୂମିକମ୍ପ ଆଦି ପିତ୍ପାତ ଘଟେ ବୋଲି ବିଶ୍ୱାସ କରାଯାଏ। ଏହି ଅନନ୍ତଙ୍କୁ କୁଣ୍ଡଳି ଶଯ୍ୟାକରି କ୍ଷୀର ସାଗରରେ ଶ୍ରୀହରି ଯୋଗନିଦ୍ରା ରତ ଥିବା ବର୍ଣ୍ଣନା କରାଯାଇଛି। ତ୍ରେତୟା ଯୁଗରେ ସୁମିତ୍ରା ନନ୍ଦନ ଲକ୍ଷ୍ମଣଙ୍କୁ ଶେଷନାଗଙ୍କ ଅବତାର ଭାବେ କୁହାଯାଇଥିବା ବେଳେ ଦ୍ୱାପରରେ ବଳଭଦ୍ର ବଳରାମ ଅନନ୍ତ ନାମରେ ପରିଚିତ।
ଅନନ୍ତ ବ୍ରତ –