ଭୁବନେଶ୍ୱର ୨୫-୪ (ଓଡ଼ିଆ ପୁଅ) : ଯାଜପୁର ଜିଲ୍ଲାରେ ପୁଣି ୫ କରୋନା ପଜେଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି। ଏହି ୫ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୯କୁ ଛୁଇଁଛି। ଏ ନେଇ ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୯କୁ ବୃଦ୍ଧି ପାଇଥିବାବେଳେ ସେଥିମଧ୍ୟରୁ ୩୪ଜଣ ସୁସ୍ଥ ହୋଇସାରିଛନ୍ତି। ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୬୪ ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସା ଚାଲିଛି।
ତେବେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ୧୦ ଜିଲ୍ଲା ମଧ୍ୟରୁ ୫ ଜିଲ୍ଲା ଏବେ କରୋନା ମୁକ୍ତ ହୋଇଛି ବୋଲି ଟ୍ୱିଟ କରି ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ। ଏହି ସବୁ ଜିଲ୍ଲା ଗୁଡିକ ହେଲା କଳାହାଣ୍ଡି, ସୁନ୍ଦରଗଡ଼, କଟକ, ପୁରୀ ଓ ଢ଼େଙ୍କାନାଳ।