Home Coronavirus Outbreak ଓଡ଼ିଶାରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ – ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯କୁ ବୃଦ୍ଧି

ଓଡ଼ିଶାରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ – ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯କୁ ବୃଦ୍ଧି

726

ଭୁବନେଶ୍ବର ୨୯-୪ (ଓଡ଼ିଆ ପୁଅ) : ଆଜି ପୁଣି ରାଜ୍ୟରେ ନୂଆ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଖୋର୍ଦ୍ଧା ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ତେବେ ଖୋର୍ଦ୍ଧା ଜିଲ୍ଲାରୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ସଂଖ୍ୟା ୪୭ ରେ ପହଁଚିଛି। ଏହା ସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ କୁ ବୃଦ୍ଧି ପାଇଛି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

କରୋନାରେ ଆଜି ସୁଦ୍ଧା ୧୧୯ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ଜଣଙ୍କର ମୃତ୍ୟୁ ଘଟିଥିବା ୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପୂର୍ବରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ଜଣ ‘କରୋନା’ ଆକ୍ରାନ୍ତ ବିଭିନ୍ନ ମେଡିକାଲ୍‌ରେ ଚିକିତ୍ସାଧୀନ ଅଛନ୍ତି। ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ତେବେ ଏହି ଆକ୍ରାନ୍ତଙ୍କ ବିଷୟରେ ଅଧିକ ତଥ୍ୟ ଜଣାପଡ଼ିନାହିଁ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.