Home Coronavirus Outbreak ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩ କୁ ବୃଦ୍ଧି

ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩ କୁ ବୃଦ୍ଧି

172

ଭୁବନେଶ୍ୱର ୨୨ା୪ (ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ) ରାଜ୍ୟରେ ବୁଧବାର ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କରୋନା ଆକ୍ରାନ୍ତ ଜଣଙ୍କ ଯାଜପୁର ଜିଲାର ୩୮ ବର୍ଷ ବୟସର ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ କୁ ବୃଦ୍ଧି ପାଇଥିବାବେଳେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି।

ଆଜି ଗୋଟିଏ ଦିନରେ ଭଦ୍ରକ ଓ ଯାଜପୁର ଜିଲ୍ଲାରୁ ବର୍ତ୍ତମାନ ସୁଦ୍ଧା ୪ କରୋନା ଆକ୍ରନ୍ତ ଚିହ୍ନଟ ହୋଇଥିବାବେଳେ ୨ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ମୋଟ ୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୨ ଜଣ ସୁସ୍ଥ ହୋଇଥିବା ବେଳେ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି।

୫୦ ଜଣ ସଂକ୍ରମିତଙ୍କ ଚିକିତ୍ସା ଜାରି ରହିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.