Odiapua.com

ଅକ୍ଟୋବର ୧୯ ରେ ପୁଣି ଏକ ଲଘୁଚାପ ସମ୍ବାବନା – ପ୍ରବଳ ବର୍ଷିବ

ଭୁବନେଶ୍ୱର ୧୫-୪ (ଓଡ଼ିଆ ପୁଅ) ଅକ୍ଟୋବର ୧୯ ରେ ବଙ୍ଗୋପସାଗରର କେନ୍ଦ୍ରୀୟ ଉପକୂଳରେ ଏକ ନୂତନ ଲଘୁ ଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଓଡିଶା ଉପରେ ଦକ୍ଷିଣପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଘରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହା ଫଳରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡିଶାର ଜିଲ୍ଲା ଏବଂ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଉପରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାଫଳରେ ରାୟଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହିତ ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଛି। ଏହା ଛଡ଼ା ଉପକୂଳ ଓଡ଼ିଶା ଏବଂ ଓଡିଶାର ଅବଶିଷ୍ଟ ଜିଲ୍ଲାର ଅନେକ ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ଆଜି କୋରାପୁଟ, ନବରଙ୍ଗପୁର ରେ, ରାୟଗଡ଼ା, ଗଜପତି, କଳାହାଣ୍ଡି ଏବଂ କନ୍ଧମାଳ କୁ ୟେଲୋ ୱାର୍ଣ୍ଣଂ ଜାରୀ କରାଯାଇଛି। ଏହି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

ଏତଦ୍ ବ୍ୟତୀତ ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଦ, ବଲାଙ୍ଗୀର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ସହିତ ଘଡ଼ଘଡ଼ି ମାରି ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା କାଲି (୧୬ ଅକ୍ଟୋବର)

ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ବହୁତ ଅଧିକ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏହା ବ୍ୟତୀତ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ କନ୍ଧମାଳ ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଛି ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି।

୧୭ ଅକ୍ଟୋବର

ଉତ୍ତର ଆଭ୍ୟନ୍ତରୀଣ ଓଡିଶା, ଦକ୍ଷିଣ ଓଡ଼ିଶାର ଜିଲ୍ଲା, ଉତ୍ତର ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ବହୁତ ଅଧିକ।

୧୭ ଅକ୍ଟୋବର

ଉପକୂଳ ଓଡିଶା, ଓଡିଶାର ବାକି ଜିଲ୍ଲା ଗୁଡ଼ିକ ଉପରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଛି।

୧୮ ଅକ୍ଟୋବର

ଦକ୍ଷିଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶା, ଉତ୍ତର ଉପକୂଳର ଜିଲ୍ଲା ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ଘଡଘଡି ମାରିବାର ସମ୍ଭାବନା।

କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧା ୟେଲୋ ୱାର୍ଣ୍ଣଂ ଜାରୀ କରାଯାଇଛି।