Odiapua.com

ବ୍ରହ୍ମପୁର ବିଜେପି ମେୟର୍ ପାର୍ଥିନୀ ଡ. ସବିତା ସୁଆର

ଭୁବନେଶ୍ୱର/ବ୍ରହ୍ମପୁର: ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ଭାରତୀୟ ଜନତା ପାର୍ଟି ତରଫରୁ ଆଜି ବ୍ରହ୍ମପୁର ମହାନଗର ନିଗମ (ବିଏମସି) ମେୟର ପ୍ରାର୍ଥୀ ଭାବେ ଡ. ସବିତା ସୁଆରଙ୍କ ନାମ ଘୋଷଣା କରାଯାଇଛି। ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ବ୍ରହ୍ମପୁର ମହାନଗର ନିଗମ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଭୋଟର ମାନେ ପ୍ରତ୍ୟକ୍ଷ ଭାବେ ମେୟରଙ୍କୁ ନିର୍ବାଚିତ କରିବେ। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ଵ ଓ କାର୍ଯ୍ୟଶୈଳୀ ତାଙ୍କୁ ବେଶ୍ ପ୍ରଭାବିତ କରିଛି ଏବଂ ରାଜ୍ୟ ସଭାପତି ସମୀର ମହାନ୍ତି ତାଙ୍କ ପ୍ରତି ଆସ୍ଥା ପ୍ରକଟ କରି ବ୍ରହ୍ମପୁର ମହାନଗର ନିଗମର ମେୟର ପ୍ରାର୍ଥୀ ଭାବେ ଚୟନ କରିଥିବାରୁ ଡ. ସବିତା ସୁଆର କୃତଜ୍ଞତା ଜ୍ଞାପନ କରିଛନ୍ତି।
-/Dr