Odiapua.com

ପିପିଲି ଉପ- ନିର୍ବାଚନ ପାଇଁ ବିଜେପି ଷ୍ଟାର୍ ପ୍ରଚାରକଙ୍କ ତାଲିକା ଘୋଷଣା ..

ଭୁବନେଶ୍ୱର: ପିପିଲି ଉପ ନିର୍ବାଚନ ପାଇଁ ବିଜେପି ତା’ର ୨୦ ଜଣିଆ ଷ୍ଟାର୍ ପ୍ରଚାରକଙ୍କ ତାଲିକା ଘୋଷଣା କରିଛି। ଏଥିରେ ୩ ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ବିଶ୍ୱେଶ୍ୱର ଟୁଡୁଙ୍କ ସମେତ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ସହ- ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ପ୍ରତାପ ଷଡ଼ଙ୍ଗୀ, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, କେ. ଭି ସିଂହଦେଓ, ସୁରମା ପାଢ଼ୀ, ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ଉପାଧ୍ୟକ୍ଷା ପ୍ରଭାତୀ ପରିଡ଼ା, ରାଜ୍ୟ ସଙ୍ଗଠନ ସମ୍ପାଦକ ମାନସ କୁମାର ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର ଏବଂ ଡ. ଲେଖାଶ୍ରୀ ସାମନ୍ତସିଂହାରଙ୍କ ନାମ ରହିଛି।
-@Dr