Odiapua.com

ଭୁନେଶ୍ୱରରେ ପହଞ୍ଚିଲେ ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷା ଭନିତା ଶ୍ରୀନିବାସନ୍: ଯୋଗଦେବେ ପରୀ ପାଇଁ ପଦଯାତ୍ରାରେ ..

ଭୁବନେଶ୍ୱର: ବିଜେପି ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷା ଭନିତା ଶ୍ରୀନିବାସନ ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଓଡ଼ିଶା ବିଜେପିର ବରିଷ୍ଠ ନେତ୍ରୀ ସୁରମା ପାଢ଼ୀ, ରାଜ୍ୟ ଉପାଧ୍ୟକ୍ଷା ପ୍ରଭାତୀ ପରିଡ଼ା, ଅନୀତା ଶୁଭଦର୍ଶିନୀ, ରାଜ୍ୟ ସାଧାରଣ ସମ୍ପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ସମ୍ପାଦିକା ସିପ୍ରା ବାଜପେୟୀ, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ପ୍ରମୂଖ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏହା ପରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିବା ପରେ ଦଳ ପକ୍ଷରୁ ଶ୍ରୀନିବାସନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇ ଥିଲା। ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ସଙ୍ଗଠନ ସମ୍ପାଦକ ମାନସ ମହାନ୍ତିଙ୍କ ସମେତ ବିଜେପିର ଅନ୍ୟାନ୍ୟ ପଦାଧିକାରୀ ଏବଂ ମହିଳା ମୋର୍ଚ୍ଚା ପଦାଧିକାରୀ ମାନେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଶ୍ରୀନିବାସନ ଆସନ୍ତା କାଲି ଅନୁଷ୍ଠିତ ହେବାକୁ ଥିବା ପରୀକୁ ନ୍ୟାୟ ପାଇଁ ପଦଯାତ୍ରା କାର୍ଯ୍ୟକ୍ରମରେ ଯୋଗ ଦେବେ।
@Dr