Home Top News ୨୩ରେ ବିଜେପିର ପଦାଧିକାରୀ ବୈଠକ; ୨୪ରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

୨୩ରେ ବିଜେପିର ପଦାଧିକାରୀ ବୈଠକ; ୨୪ରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

27

ଭୁବନେଶ୍ୱର: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୪ ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ସେହିପରି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ୨୩ ତାରିଖରେ ରାଜ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ବିଶେଶ୍ୱର ଟୁଡୁଙ୍କ ସମେତ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ସହ ପ୍ରଭାରୀ ବିଜୟ ପାଲ ସିଂ ତୋମର ଏବଂ ରାଜ୍ୟ ସଙ୍ଗଠନ ସମ୍ପାଦକ ମାନସ ମହାନ୍ତିଙ୍କ ସମେତ ସମସ୍ତ ସାଂସଦ, ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରମୁଖ ଯୋଗ ଦେବେ। ୨୪ ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱର ସ୍ଥିତ ହୋଟେଲ୍ ପଦ୍ମଜା ପ୍ରିମିୟମ୍ ଚନ୍ଦ୍ରଶେଖରପୁର ଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।
-/Dr

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.