ନୂଆଦିଲ୍ଲୀ/ଭୁବନେଶ୍ୱର: ଆସନ୍ତା ୧୮ ତାରିଖରେ ଓଡ଼ିଶାରେ ଗଡ଼ିବ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ୍। ଶ୍ରୀକ୍ଷେତ୍ର ପୁରୀରୁ ହାୱଡା ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ୍। ଆସନ୍ତା ୧୮ ତାରିଖରେ ପୁରୀଠାରେ ବହୁ ପ୍ରତିକ୍ଷୀତ ଓଡ଼ିଶାର ଏହି ପ୍ରଥମ ପୁରୀ-ହାୱଡା ‘ବନ୍ଦେ ଭାରତ ଏକ୍ସପ୍ରେସ’ ଟ୍ରେନର ଶୁଭ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବନ୍ଦେ ଭାରତ ଏକ୍ସପ୍ରେସ୍ ଉଦ୍ଘାଟନ ପାଇଁ ବିଜେପି ପକ୍ଷରୁ ଆୟୋଜିତ ହୋଇଯାଇଛି ଏକ ଭର୍ଚୁଆଲ୍ ପ୍ରସ୍ତୁତି ବୈଠକ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ଯୋଗଦେଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବନ୍ଦେ ଭାରତ ଏକ୍ସପ୍ରେସ୍ ଉଦ୍ଘାଟନ ପାଇଁ ପ୍ରସ୍ତୁତି ଏବଂ ରୂପରେଖ ଉପରେ ଆଲୋକପାତ କରିଥିଲେ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସଭାପତିତ୍ୱରେ ରାଜ୍ୟ କାର୍ଯ୍ୟାଳୟରୁ ଆୟୋଜିତ ଏହି ଭର୍ଚୁଆଲ୍ ବୈଠକରେ ରାଜ୍ୟ ସଙ୍ଗଠନ ସମ୍ପାଦକ ମାନସ ମହାନ୍ତି ଏବଂ ବରିଷ୍ଠ ନେତ୍ରୀ ପ୍ରଭାତୀ ପରିଡ଼ା ଉପସ୍ଥିତ ଥିଲା ବେଳେ ଭର୍ଚୁଆଲି ରାଜ୍ୟ ତଥା ଜିଲ୍ଲା ସ୍ତରର ସମସ୍ତ ପ୍ରମୂଖ ନେତୃତ୍ୱ ସାମିଲ୍ ଥିଲେ।
-/[email protected]