Odiapua.com

ପ୍ରସ୍ତାବିତ କଳିଙ୍ଗ ଷ୍ଟୁଡିଓ ପୁନଃନିର୍ମାଣ କାର୍ଯ୍ୟ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୫-୩ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରସ୍ତାବିତ କଳିଙ୍ଗ ଷ୍ଟୁଡିଓ ପୁନଃନିର୍ମାଣ କାର୍ଯ୍ୟ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। କଳିଙ୍ଗ ଷ୍ଟୁଡିଓକୁ ବିଶ୍ଵସ୍ତରୀୟ ଭାବରେ ବିକଶିତ କରିବା ପାଇଁ ରାଜ୍ୟ ସରକାର ୨୦୦ କୋଟି ଟଙ୍କାର ଅର୍ଥ ମଞ୍ଜୁର କରିଛନ୍ତି।

ଗତକାଲି ଏଥିପାଇଁ ଶିଳ୍ପ ମନ୍ତ୍ରୀ ଶ୍ରୀ ଦିବ୍ୟ ଶଙ୍କର ମିଶ୍ର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଥିଲେ। କୋଭିଡ୍ ନିୟମାବଳୀ ପାଳନ ସହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।