Home ଓଡ଼ିଶା ସହିଦ ଯବାନ୍‌ଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସହିଦ ଯବାନ୍‌ଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

128

ଭୁବନେଶ୍ୱର ୧୭-୬ (ଓଡ଼ିଆ ପୁଅ) : ଲାଦାଖ ସୀମା ଗାଲୱାନ ଉପତ୍ୟକାରେ ଚୀନ ସେନା ସହ ରକ୍ତାକ୍ତ ସଂଘର୍ଷରେ ସହିଦ ହୋଇଥିବା ଦୁଇ ଓଡ଼ିଆ ଯବାନ ହେଲେ କନ୍ଧମାଳ ଜିଲ୍ଲା ରାଇକିଆର ଚନ୍ଦ୍ରକାନ୍ତ ପ୍ରଧାନ ଏବଂ ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ନନ୍ଦୁରାମ ସୋରେନ୍। ତାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଦେଶ ମାତୃକା ପାଇଁ ସେମାନେ ବୀରତ୍ୱର ସହ ଲଢ଼େଇ କରି ସହିଦ ହୋଇଥିବାରୁ ସେମାନଙ୍କ ପାଇଁ ସମସ୍ତେ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।
ସହିଦଙ୍କର ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ଉଭୟଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ଟ୍ୱିଟ୍ କରିଥିଲେ। ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟ୍‌ ଜରିଆରେ ଯବାନଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ। ସେ ନିଜ ଟ୍ୱିଟ୍‌ରେ ଲେଖିଥିଲେ ଯେ, ‘ଲଦାଖ ଗଲୱାନ୍ ଘାଟିରେ ହୋଇଥିବା ସେନାର ସଂଘର୍ଷରେ ଦୁଇ ଓଡ଼ିଆ ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଓ ନନ୍ଦୁରାମ ସୋରେନଙ୍କ ଶହୀଦ ଖବର ମୋତେ ବ୍ୟଥିତ କରିଛି। ଦୁହିଁଙ୍କ ଦେଶପ୍ରେମ ଓ ବଳିଦାନ ଚିର ସ୍ମରଣୀୟ ରହିବ। ଉଭୟ ବୀରଙ୍କ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରୁଛି।’

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.