Home କେନ୍ଦ୍ରାପଡ଼ା ଜିଲ୍ଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଜିଲ୍ଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

19

କେନ୍ଦ୍ରାପଡା, ୧୫/୧(ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) – ଜିଲ୍ଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ନୂତନ ଭାବେ ଯୋଗଦେଇଥିବା କେନ୍ଦ୍ରାପଡା ଜିଲ୍ଲାପାଳ ଅମ୍ରୁତ ଋତୁରାଜଙ୍କୁ ପୁଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ ପୂର୍ବକ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ସଂସଦର ସଭାପତି ପ୍ରଦୀପ କୁମାର ମହାନ୍ତିଙ୍କ ନେତୃତ୍ୱରେ ଉପଦେଷ୍ଟା ତଥା ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେଉରା, ସଭ୍ୟ ନଳିନୀ ବିହାରୀ ମହାନ୍ତି, ଚିତ୍ତରଞ୍ଜନ ଦାସ ଓ ପ୍ରଫୁଲ୍ଲ କୁମାର ସାହୁ ପ୍ରମୁଖ ଜିଲ୍ଲାପାଳ ଶ୍ରୀ ଋତୁରାଜଙ୍କୁ ତାଙ୍କ ଗରାପୁରସ୍ଥିତ ଆବାସିକ କାର୍ଯ୍ୟାଳୟରେ ସାକ୍ଷାତକରି ଜିଲ୍ଲାପାଳଙ୍କୁ ପୁଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ କରି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏଥିସହିତ ଜିଲ୍ଲାପାଳ ଶ୍ରୀ ଋତୁରାଜଙ୍କ ସହିତ ଜିଲ୍ଲାର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.