Odiapua.com

କୋଭିଡ ସହାୟତା: ସହରାଞ୍ଚଳର ଉଠାଦୋକାନୀଙ୍କ (Street vendors ) ପାଇଁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୮.୬ (ଓଡ଼ିଆ ପୁଅ) କୋଭିଡ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି। ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ। ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକ୍ଡାଉନ ଯୋଗୁ ସହରାଞ୍ଚଳର (street vendor) ଉଠାଦୋକାନୀ ଙ୍କ ମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀଙ୍କ (street vendor ) ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କରିଛନ୍ତି।

ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ (Street vendor) ଉପକୃତ ହେବେ।