Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୯ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୦୫ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୯ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୦୫ କୁ ବୃଦ୍ଧି

121

ଭୁବନେଶ୍ୱର ୧୨-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୯ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୦୫ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ ଜଣ ଏବଂ ଗଞ୍ଜାମ ଜିଲ୍ଲାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି।

ଚିକିତ୍ସିତ ହେଉଥିବା ବେଳେ ୯ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।


୧- ଅନୁଗୁଳ ଜିଲ୍ଲାର ଜଣେ ୪୪ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୨- ବାଲେଶ୍ୱର ଜିଲ୍ଲାର ଜଣେ ୩୮ ବର୍ଷ ବୟସ୍କ ପୁରୁଷ।

୩- ଗଞ୍ଜାମ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ମୋଟାପଣରେ ମଧ୍ୟ ପୀଡିତ ଥିଲେ।

୪- ଗଞ୍ଜାମର ଜଣେ ୫୭ ବର୍ଷ ବୟସ୍କ ପୁରୁଷ।

୫- ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କା ମହିଳା।

୭- ଖୋର୍ଦ୍ଧା ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୮- ରାୟଗଡା ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ।

୯- ରାୟଗଡା ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.