Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୬୨୬ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୬୨୬ କୁ ବୃଦ୍ଧି

113

ଭୁବନେଶ୍ୱର ୧୩-୦୯ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୬୨୬ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବାଲେଶ୍ୱର ଜିଲ୍ଲାରୁ ଜଣେ,
କଟକ ଜିଲ୍ଲାରୁ ୨ ଜଣ,
ଗଞ୍ଜାମ ଜିଲ୍ଲାରୁ ଜଣେ,
କଳାହାଣ୍ଡି ଜିଲ୍ଲାରୁ ଜଣେ,
ଖୋର୍ଦ୍ଦା ଜିଲ୍ଲାରୁ ୩ ଜଣ,
ମୟୁରଭଞ୍ଜ ଜିଲ୍ଲାରୁ ଜଣେ,
ସୋନପୁର ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବାଲେଶ୍ୱର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୩- ଭୁବନେଶ୍ୱରର ଜଣେ ୬୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪- କଟକ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୫- କଟକ ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୭- କଳାହାଣ୍ଡି ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୮- ଖୋର୍ଦ୍ଧା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୯- ମୟୁରଭଞ୍ଜ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୧୦- ସୁବର୍ଣ୍ଣପୁର ଜିଲ୍ଲାର ଜଣେ ୮୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.