Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୯ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୩୩ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୯ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୩୩ କୁ ବୃଦ୍ଧି

141

ଭୁବନେଶ୍ୱର ୧୫-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୯ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୩୩ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

କଟକ ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ‌୍ଲାରୁ ୪ ଜଣ କେନ୍ଦୁଝର ଏବଂ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଚିକିତ୍ସିତ ହେଉଥିବା ବେଳେ ୯ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- କଟକ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ମଧ୍ୟ ପୀଡିତ ଥିଲେ।

୨- କଟକ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ୫୩ ବର୍ଷ ବୟସ୍କ ପୁରୁଷ।

୪- କେନ୍ଦୁଝର ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୫- ନୟାଗଡ଼ ଜିଲ୍ଲାର ୭୫ ବର୍ଷ ବୟସ୍କ ପୁରୁଷ।

୬- ସମ୍ବଲପୁର ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୭- ସମ୍ବଲପୁର ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୮- ସମ୍ବଲପୁର ଜିଲ୍ଲାର ଜଣେ ୭୮ ବର୍ଷ ବୟସ୍କ ପୁରୁଷ।

୯- ସମ୍ବଲପୁର ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

 

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.