Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୮ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୮୦ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୮ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୮୦ କୁ ବୃଦ୍ଧି

120

ଭୁବନେଶ୍ୱର ୨୦-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୮ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୮୦ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

କଟକ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ  ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୮ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଭୁବନେଶ୍ୱରର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୨- କଟକ ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କ ପୁରୁଷ।

୩- ଢେଙ୍କାନାଳ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ।

୪- ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୫- ଗଞ୍ଜାମ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୭- ଗଞ୍ଜାମ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୮- ପୁରୀ ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.