Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୪୧୯ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୪୧୯ କୁ ବୃଦ୍ଧି

191

ଭୁବନେଶ୍ୱର ୨୪-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୧୯ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ , ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- କଟକ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨- ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ଡାଏଲେଟେଡ୍ କାର୍ଡିଓମାଇଓପାଥି, ଡାଇବେଟିସ୍ ରୋଗରେ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ସିରୋସିସ୍ ଏବଂ ମୋର୍ବିଡ ମେଦବହୁଳତାର ଶିକାର ହୋଇଥିଲେ।

୪- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ମୋର୍ବିଡ ମେଦବହୁଳତାର ଶିକାର ହୋଇଥିଲେ।

୫- ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ୬୦ ବର୍ଷ ବୟସ୍କ ପୁରୁଷ।

୭- ନୟାଗଡ଼ ଜିଲ୍ଲାର ୬୫ ବର୍ଷ ବୟସ୍କ ପୁରୁଷ।

୮- ରାୟଗଡା ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୯- ସୁନ୍ଦରଗଡ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୧୦- ସୁନ୍ଦରଗଡ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.