Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୪୯୨ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୪୯୨ କୁ ବୃଦ୍ଧି

88

ଭୁବନେଶ୍ୱର ୩୧-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୯୨ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଗଞ୍ଜାମ ଜିଲ୍ଲାରୁ ଜଣେ,
କନ୍ଧମାଳ ଜିଲ୍ଲାରୁ ୩ ଜଣ,
ଖୋର୍ଦ୍ଦା ଜିଲ୍ଲାରୁ ୩ ଜଣେ,
ନୟାଗଡ଼ ଜିଲ୍ଲାରୁ ଜଣେ,
ରାୟଗଡ଼ା ଜିଲ୍ଲାରୁ ଜଣେ,
ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ,

ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ଭୁବନେଶ୍ୱରର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ଡାଇବେଟିସ୍ ଏବଂ ଉଚ୍ଚ ରକ୍ତଚାପ, ପୋଷ୍ଟ ଆଞ୍ଜିଓପ୍ଲାଷ୍ଟି ସ୍ଥିତିରେ ମଧ୍ୟ ପୀଡିତ ଥିଲେ।

୨- ଗଞ୍ଜାମ ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- କନ୍ଧମାଳର ଜଣେ ୪୩ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗ, ଡାଇବେଟିସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪- କନ୍ଧମାଳର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- କନ୍ଧମାଳର ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଯିଏ ହେପାଟାଇଟିସ୍ ବି ଏବଂ ଟାଇଫଏଡ୍ ଜ୍ୱରରେ ମଧ୍ୟ ପୀଡିତ ଥିଲେ।

୬- ଖୋର୍ଧା ଜିଲ୍ଲାର ୬୦ ବର୍ଷ ବୟସ୍କା ମହିଳା।

୭- ଖୋର୍ଧା ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୮- ନୟାଗଡ଼ ଜିଲ୍ଲାର ୭୩ ବର୍ଷ ବୟସ୍କ ପୁରୁଷ।

୯- ରାୟଗଡା ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୧୦- ସୁନ୍ଦରଗଡ ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.