Home Coronavirus Outbreak ରାଜ୍ୟରେ ପୁଣି କରୋନା ନେଲା ୮ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୫୨୨ କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୮ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୫୨୨ କୁ ବୃଦ୍ଧି

109

ଭୁବନେଶ୍ୱର ୦୩-୦୯ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୮ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୫୨୨ କୁ ବୃଦ୍ଧି ପାଇଛି।
ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବାଲେଶ୍ୱର ଜିଲ୍ଲାରୁ ଜଣେ,
କଟକ ଜିଲ୍ଲାରୁ ୨ ଜଣ,
ଗଞ୍ଜାମ ଜିଲ୍ଲାରୁ ୩ ଜଣ,
କନ୍ଧମାଳ ଜିଲ୍ଲାରୁ ଜଣେ,
ଖୋର୍ଦ୍ଦା ଜିଲ୍ଲାରୁ ଜଣେ,


ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୮ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବାଲେଶ୍ୱର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, କ୍ରନିକ୍ କିଡନୀ ରୋଗ (ଷ୍ଟେଜ୍-୫), ଇସକେମିକ୍ ହୃଦ୍ ରୋଗରେ ପୀଡିତ ଥିଲେ।

୨- ଭୁବନେଶ୍ୱରର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- କଟକ ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୪- କଟକ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ବ୍ରୋଙ୍କିଆଲ୍ ଆଜମା ରୋଗରେ ପୀଡିତ ଥିଲେ।

୫- ଗଞ୍ଜାମ ଜିଲ୍ଲାର ଜଣେ ୭୮ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୭- ଗଞ୍ଜାମ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ।

୮- କନ୍ଧମାଳ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.