Odiapua.com

ପୁରୀରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର ୨୦-୬ (ଓଡ଼ିଆ ପୁଅ) ପୁରୀ ଜିଲ୍ଲାରୁ ଆସିଛି ଦୁଃଖ ଖବର। ଜିଲ୍ଲାର ଜଣେ ୬୦ ବର୍ଷୀୟ ପୁରୁଷ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଉକ୍ତ ବ୍ୟକ୍ତି ଜଣକ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ପଲ୍ମୋନାରି ରୋଗରେ ମଧ୍ୟ ସେ ଦୀର୍ଘ ଦିନ ଧରି ଯନ୍ତ୍ରଣା ଭୋଗୁଥିଲେ।

ସୂଚନାଯୋଗ୍ୟଯେ, ରାଜ୍ୟରେ ଆଜି ଆଉ ୧୭୯ ଜଣ କରୋନା ଆକ୍ରାନ୍ତଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୫ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧୭୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୧୭୯ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଦା ଜିଲ୍ଲାରୁ ୨୭ ଜଣ, ଅନୁଗୁଳ ଜିଲ୍ଲାରୁ ୬ ଜଣ, ନବରଙ୍ଗପୁର ଜିଲ୍ଲାରେ: ୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୧୫ ଜଣ, ବରଗଡ଼ ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ରାୟଗଡ଼ା ଜିଲ୍ଲାରୁ ୫ ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ ଜଣ, ଦେବଗଡ଼ ଜିଲ୍ଲାରୁ ୧ ଜଣ, ଗଞ୍ଜାମ ଜିଲ୍ଲାରୁ ୫୭ ଜଣ, କେନ୍ଦ୍ରପଡ଼ା ଜିଲ୍ଲାରୁ ୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ ଜଣ, NDRF/ ଅଗ୍ନିଶମ କର୍ମଚାରୀ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬ ହୋଇଛି।

ଆଜି ୧୭୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬ କୁ ବୃଦ୍ଧି ପାଇଛି।

କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୫୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୯ ଜଣ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬ କୁ ବୃଦ୍ଧି ପାଇଛି। ୩୨୯୭ ଜଣ ସୁସ୍ଥ ହୋଇଛନ୍ତି।

ତେବେ ରାଜ୍ୟରେ ମୋଟ ଟେଷ୍ଟ ୨୧୯୭୭୪ ହୋଇଛି। କରୋନା କାରଣରୁ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ୪ ଜଣଙ୍କର ମୃତ୍ୟୁ ହୋଇଛି। ୧୫୪୩ ଜଣ ସକ୍ରୀୟ ଅଛନ୍ତି ଏବଂ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।