ଭୁବନେଶ୍ୱର: ପୁରୀ ଜିଲ୍ଲା ୧୧ ନମ୍ବର ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ପ୍ରଧାନଙ୍କ ମୃତ୍ୟୁ ଘଟଣାରେ ଗଣଶିକ୍ଷାଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବୀ କଲା ବିଜେପି। ଏ’ ନେଇ ବିଜେପିର ଏକ ପ୍ରତିନିଧି ମଣ୍ଡଳୀ ଭୁବନେଶ୍ୱର- କଟକ ପୋଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶିନୀଙ୍କୁ ଭେଟି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କୁ ତଦନ୍ତ ପରିସରଭୁକ୍ତ କରିବା ପାଇଁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ପ୍ରତିନିଧି ମଣ୍ଡଳୀରେ ବିଜେପି ରାଜ୍ୟ ଉପାଧ୍ୟକ୍ଷା ପ୍ରଭାତୀ ପରିଡ଼ାଙ୍କ ସମେତ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ବିଜେପି ସଭାପତି ବାବୁ ସିଂ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ଓମ ପ୍ରକାଶ ମିଶ୍ର, ପୂର୍ବତନ ବିଧାୟକ ବାଇଧର ମଲ୍ଲିକ, ଦିଲ୍ଲୀପ ନାୟକ, ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ସ୍ୱୟଂ ସେବକ ରାୟ, ନିମାପଡ଼ା ଗ୍ରାମୀଣ ମଣ୍ଡଳ ସଭାପତି ମାନସ ପ୍ରଧାନ ଏବଂ ନଗର ସଭାପତି ଦିଲୀପ ପାତ୍ର ପ୍ରମୂଖ ସାମିଲ୍ ଥିଲେ। ସୂଚନାଯୋଗ୍ୟ ଯେ, ଭୁବନେଶ୍ୱର ଶିଶୁପାଳଗଡ଼ ଲକ୍ଷ୍ମୀ ବିହାର ସ୍ଥିତ ସମ୍ପର୍କୀୟଙ୍କ ଘରୁ ବେକରେ ଗାମୁଛା ବନ୍ଧା ହୋଇ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଥିଲା ଧର୍ମେନ୍ଦ୍ରଙ୍କ ମୃତଦେହ।
-/Dr