Odiapua.com

୨୪ରେ ଆସିବେ ମୋଦୀ,ଶେଷ ସପ୍ତାହରେ ରାହୁଲ

ଭୁବନେଶ୍ୱର:ଆସନ୍ତା ୨୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ଆସିବେ।ଖୋର୍ଦ୍ଧାରେ ଆୟୋଜିତ ହେବାକୁ ଥିବା ଏକ ସମାବେଶକୁ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିବେ।ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂ ଏନେଇ ସୂଚନା ଦେଇଛନ୍ତି।ସେହିପରି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଚଳିତ ମାସ ଶେଷ ସପ୍ତାହରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବା ସୂଚନା ଦେଇଛନ୍ତି କଂଗ୍ରେସ ନେତା ପ୍ରଦୀପ ମାଝୀ।ରାହୁଲଙ୍କ ଦୁଇଟି ସଭାରେ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।/ଦେବଦତ୍ତ