Home ଓଡ଼ିଶା ଆସନ୍ତାକାଲି ଓଡିଶା ଗସ୍ତରେ ଆସି ବନ୍ୟା ସ୍ଥିତିର ସମୀକ୍ଷା କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଆସନ୍ତାକାଲି ଓଡିଶା ଗସ୍ତରେ ଆସି ବନ୍ୟା ସ୍ଥିତିର ସମୀକ୍ଷା କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

660

– କଳାହାଣ୍ଡି, ବୌଦ୍ଧ, ସୋନପୁର ଓ ବଲାଙ୍ଗୀର ଜିଲ୍ଲାର ବନ୍ୟା ପ୍ରଭାବିତ ଅଂଚଳ ସର୍ବେକ୍ଷଣ କରିବେ ଶ୍ରୀ ପ୍ରଧାନ

ଭୁବନେଶ୍ୱର, ୧୬/୦୮ (ଓଡ଼ିଆ ପୁଅ) : ଆସନ୍ତା କାଲି କେନ୍ଦ୍ର ପେଟ୍ରୋଲିୟମ ଓ ପାକୃତିକ ଗ୍ୟାସ, ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶା ଗସ୍ତରେ ଆସି ବନ୍ୟା ସ୍ଥିତିର ସମୀକ୍ଷା କରିବେ। ସକାଳ ୯ଟାରେ ଶ୍ରୀ ପ୍ରଧାନ ବନ୍ୟା ପ୍ରଭାବିତ କଳାହାଣ୍ଡି ଜିଲ୍ଲାର ଗୋଲମୁଣ୍ଡା, ଜୁନାଗଡ, ଏମ. ରାମପୁର, କରଲାମୁଣ୍ଡା, ବୌଦ୍ଧ ଜିଲ୍ଲାର କଂଟାମାଳ, ସୋନପୁର ଜିଲ୍ଲାର ତରଭା ବ୍ଲକ ଓ ତରଭା ଏନଏସି, ବଲାଙ୍ଗୀର ଜିଲ୍ଲାର ପୁଇଁତଳା, ବଲାଙ୍ଗୀର ବ୍ଲକ, ବଲାଙ୍ଗୀର ଟାଉନ(ଗନଧ୍ରେଲ ଡ୍ୟାମ) ଓ ଦେଓଗାଁ ବ୍ଲକର ବନ୍ୟା ପ୍ରଭାବିତ ଅଂଚଳ ସର୍ବେକ୍ଷଣ କରିବେ। ବନ୍ୟା ସ୍ଥିତି ସର୍ବେକ୍ଷଣ ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ବଲାଙ୍ଗୀର ଜିଲ୍ଲା ସିଡିଏମଓ ଅଫିସ ଏନଏଚଏମ କନଫରେନ୍ସ ହଲରେ ବନ୍ୟା ସ୍ଥିତିର ସମୀକ୍ଷା କରିବେ ବୋଲି ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ଏହି ବନ୍ୟା ସ୍ଥିତି ସମୀକ୍ଷା ସମୟରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସହ ରାଜ୍ୟ ସଭାପତି ତଥା କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଏବଂ ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓ, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ, ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ, ପୂର୍ବତନ ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂହଦେଓ ପ୍ରମୁଖ ସାମିଲ ହେବେ ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.