Odiapua.com

ପୁଣି କରୋନା ନେଲା ୯ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୨୧୬ କୁ ବୃଦ୍ଧି

ଭୁବନେଶ୍ୱର ୪-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୯ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୨୧୬ କୁ ବୃଦ୍ଧି ପାଇଛି।

ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଯାଜପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାର ୬୬ ବର୍ଷ ବୟସ୍କ ପୁରୁଷ କୋଭିଡ ପଜିଟିଭ ରୋଗୀ ଯିଏ ତ୍ୱରିତ ଉଚ୍ଚ ରକ୍ତଚାପ ଏବଂ ବାମ ଭେଣ୍ଟ୍ରିକୁଲାର ବିଫଳତା ହେତୁ ମୃତ୍ୟୁ ବରଣ କରିଛନ୍ତି। ତେଣୁ ଅନ୍ୟ କାରଣରୁ ମୃତ୍ୟୁ ସଂଖ୍ୟା ୪୨କୁ ବୃଦ୍ଧିପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୯ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଗଞ୍ଜାମ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୨- ପୁରୀ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏକି ସେରେବ୍ରୋ ଭାସ୍କୁଲାର ଦୁର୍ଘଟଣାରେ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ।

୪- ଯାଜପୁର ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।

୫- ଗଞ୍ଜାମ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୬- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭- ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୮- ଖୋର୍ଧା ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୯- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ କି କ୍ରନିକ୍ କିଡନୀ ରୋଗ, ଡାଇବେଟିସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।