Home ଆମ ପର୍ବ ପର୍ବାଣୀ ଦୁର୍ଗାପୂଜା: ପବିତ୍ର ଦଶହରାର ହାର୍ଦ୍ଦିକ ଅଭିନନ୍ଦନ

ଦୁର୍ଗାପୂଜା: ପବିତ୍ର ଦଶହରାର ହାର୍ଦ୍ଦିକ ଅଭିନନ୍ଦନ

646

।।ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।।

ଜି ପବିତ୍ର ଦଶହରା, ଦୁର୍ଗାପୂଜା।ଦୁର୍ଗା ପୂଜା ହିନ୍ଦୁ ମାନଙ୍କର ସବୁଠାରୁ ବଡ଼ ପର୍ବ।ଆଶ୍ୱିନ ମାସରେ ପାଳନ ହୁଏ ଏହି ଉତ୍ସବ।ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ ହେଲା ଦୁର୍ଗାପୂଜା।ପ୍ରତିବର୍ଷ ଦୁଇଥର ଦେବୀ ଦୁର୍ଗାଙ୍କର ପୂଜା ଅନୁଷ୍ଠିତ ହୁଏ।ଶରତ ଋତୁରେ ଆଶ୍ୱିନ ମାସ ଶୁକ୍ଳ ପକ୍ଷର ପୂଜାକୁ ‘ଦେବୀ ପୂଜା’ ଏବଂ ବସନ୍ତ ଋତୁରେ ଚୈତ୍ରମାସ ଶୁକ୍ଳ ପକ୍ଷର ପୂଜାକୁ ‘ବାସନ୍ତୀ ପୂଜା’ କୁହାଯାଏ।ତେବେ, ସାର୍ବଜନୀନ ପୂଜା ରୂପେ ଶାରଦୀୟ ଦେବୀପୂଜା ହିଁ ଅଧିକ ଭାବରେ ପାଳନ କରାଯାଏ।ଏହି ଶାରଦୀୟ ପର୍ବ ଭାରତର ପୁରପଲ୍ଲୀରେ ଦଶହରା ପର୍ବରୂପେ ପାଳନ କରାଯାଏ।ଦୁର୍ଗାପୂଜାର ମୂଳ ଲକ୍ଷ୍ୟ ହେଉଛି ଦେବୀ ଉପାସନା।

କିମ୍ବଦନ୍ତୀ :-
ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣନା ଅନୁଯାୟୀ, ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ।ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ଅତିଷ୍ଠ ହୋଇ ବ୍ରହ୍ମାଙ୍କ ଶରଣାପନ୍ନ ହେଲେ, ସେତେବେଳେ ବ୍ରହ୍ମା, ବିଷ୍ଣୁ ଓ ମହେଶ୍ୱରଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ।ଏହାପରେ ଦେବୀ ଦୁର୍ଗା ପ୍ରକଟ ହେଲେ।ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ।ମା’ ଦୁର୍ଗା ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ।ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ ଏବଂ ଖଡ୍ଗ ଦ୍ୱାରା ଶିରଚ୍ଛେଦ କଲେ।କୁହାଯାଏ, ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ।ତେଣୁ ଏହି ସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ।ତେବେ,ପୁରାଣ ଅନୁଯାୟୀ ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଆଶ୍ୱିନରେ ଏହି ପୂଜା କରିଥିଲେ।ସେବେଠାରୁ ଦୁର୍ଗାପୂଜା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ୱିନ ଶାରଦ ନବରାତ୍ର ଭାବେ ବିଦିତ।ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ।ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ।ଏହା ଦେବତା ମାନଙ୍କ ଦ୍ୱାରା ମା’ ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ।

।।ଯା ଦେବୀ ସର୍ବ ଭୂତେଷୁ ମାତୃ ରୂପେଣ ସଂସ୍ଥିତା,
ନମସ୍ତସ୍ୟୈ ନମସ୍ତସ୍ୟୈ ନମସ୍ତସ୍ୟୈ ନମୋ ନମଃ।।
//-ଦେବଦତ୍ତ ରଥ

ଦୁର୍ଗା ନାମର ଅର୍ଥ ଏବଂ ମା”ଙ୍କର ୧୦୮ ଭିନ୍ନ ନାମ

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.