Home ଓଡ଼ିଶା ପରଲୋକରେ ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକ

ପରଲୋକରେ ସ୍ବାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକ

227

ଭୁବନେଶ୍ୱର ୧୪-୫ (ଓଡ଼ିଆ ପୁଅ) : ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ପରଲୋକ ଗମନ କରିଛନ୍ତି। ସେ ଅସୁସ୍ଥ ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି।

ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ମଇ ୧୧ ତାରିଖରେ ପୁରୀ ଜିଲାର ନିମାପଡାଠାରେ ଜନ୍ମଗ୍ରହଣ କରିଥିଲେ। ଜଣେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭାବେ ପରିଚିତ ଥିବା ଶ୍ରୀ ପଟ୍ଟନାୟକ ମହାତ୍ମାଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ୧୯୪୨ ମସିହାରେ ସତ୍ୟାଗ୍ରହ ଆନ୍ଦୋଳନରେ ଯୋଗଦାନ କରିଥିଲେ। ପ୍ରବାଦ ପୁରୁଷ ବିଜୁପଟ୍ଟନାୟକଙ୍କ ଜଣେ ଅନ୍ତରଙ୍ଗ ସହଯୋଗୀ ଭାବେ ସେ କାର୍ଯ୍ୟ କରିଛନ୍ତି ଏବଂ ୧୯୬୧, ୧୯୬୬ ଏବଂ ୧୯୭୮ ମସିହାରେ ୩ ଥର ସାଂସଦ ଭାବରେ ନିର୍ବାଚିତ ହୋଇଛନ୍ତି। ୨୦୧୮ ମସିହାରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା।

ଶ୍ରୀ ପଟ୍ଟନାୟକଙ୍କ ବିୟୋଗରେ ସବୁ ମହଲରୁ ଶୋକ ପ୍ରକାଶ ପାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.