Home ଆମ ପର୍ବ ପର୍ବାଣୀ ପବିତ୍ର ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ

ପବିତ୍ର ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ

359

ଜି ଗଜଲକ୍ଷ୍ମୀ ପୂଜା। ମା’ ଲକ୍ଷ୍ମୀ ଧନସମ୍ପଦ, ସୌଭାଗ୍ୟ, ସୁଖ୍ୟାତି, ସୁଖସମୃଦ୍ଧି, ସୌନ୍ଦର୍ଯ୍ୟ ଏବଂ ପ୍ରେମର ଦେବୀ ଅଟନ୍ତି। ଦେବୀ ଲକ୍ଷ୍ମୀ ‘ଶ୍ରୀ’ ଭାବେ ମଧ୍ୟ ପରିଚିତା। ସେ ଭଗବାନ ବିଷ୍ଣୁଙ୍କର ସହଧର୍ମିଣୀ ଏବଂ ଶକ୍ତି ସ୍ଵରୂପିଣୀ। ରାମାୟଣ ମତେ ସମୁଦ୍ର ମନ୍ଥନ ସମୟରେ ଅମୃତ ପାତ୍ର ଧରି ସେ ପୃଥିବୀ ପୃଷ୍ଠକୁ ଆସିଥିଲେ। ସେ ସମୁଦ୍ରଙ୍କର କନ୍ୟା। ଲକ୍ଷ୍ମୀଙ୍କର ବାହାନ ପେଚା, ମତାନ୍ତରେ ହାତୀ। ଲକ୍ଷ୍ମୀଙ୍କର ନାମ ଲକ୍ଷ ଶବ୍ଦରୁ ଆସିଛି। ରୁକ୍ମଣୀ ଏବଂ ସତ୍ୟଭାମା ଲକ୍ଷ୍ମୀଙ୍କ ଅବତାର ଭାବେ ପରିଚିତ। ପ୍ରେମ ଏବଂ ପ୍ରଜନନର ଦେବତା କାମଦେବ ବିଷ୍ଣୁ ଓ ଲକ୍ଷ୍ମୀଙ୍କର ପୁତ୍ର ଭାବେ ବର୍ଣ୍ଣିତ ହେଇଛନ୍ତି। ଲକ୍ଷ୍ମୀଙ୍କ ଚାରିହାତ ଧର୍ମ, କାମନା, ଅର୍ଥ ଏବଂ ମୋକ୍ଷର ପ୍ରତୀକ। ଲକ୍ଷ୍ମୀଙ୍କୁ ପୂଜା କରିବା ଦ୍ଵାରା ଧର୍ମ, କାମନା, ଅର୍ଥ ଏବଂ ମୋକ୍ଷ ଭାବନାରୁ ମୁକ୍ତ ହୋଇ ଜଣେ ନିର୍ବାଣ ପାଇପାରିବ। ଓଡ଼ିଶାରେ ପ୍ରତ୍ୟେକ ହିନ୍ଦୁ ଧର୍ମାଲମ୍ବୀଙ୍କ ଘରେ ଗୁରୁବାର ଦିନ ଲକ୍ଷ୍ମୀଙ୍କର ପୂଜା ହୁଏ। ଭୃଗୁଋଷିଙ୍କ ତପସ୍ୟା ଫଳରେ ସେ ଭାର୍ଗବୀ, ଶ୍ରୀ ଆଦି ରୂପରେ ଅବତୀର୍ଣ୍ଣା ହୋଇଥିଲେ। ଭାରତର କେତେକ ସ୍ଥାନରେ ଏଥିପାଇଁ ଭୃଗୁକନ୍ୟା ରୂପେ ଶୁକ୍ରବାର ଦିନ ଲକ୍ଷ୍ମୀପୂଜା କରାଯାଏ। ଓଡ଼ିଶାରେ ମାର୍ଗଶିର ମାସ ଗୁରୁବାର ଲକ୍ଷ୍ମୀଙ୍କର ପ୍ରିୟପୂଜା ମାଣବସା ପୂଜା ନାମରେ ପ୍ରସିଦ୍ଧ। ମାତା ଲକ୍ଷ୍ମୀଙ୍କର ଅନେକ ନାମ ଅଛି ଯଥା, ପଦ୍ମା, କମଳା, ପଦ୍ମପ୍ରିୟା, ପଦ୍ମାକ୍ଷୀ, ପଦ୍ମହସ୍ତା, ପଦ୍ମ ସୁନ୍ଦରୀ, ବିଷ୍ଣୁପ୍ରିୟା, ଉଲ୍ଲୁକ ବାହିନୀ।

ଗଜଲକ୍ଷ୍ମୀ ପୂଜା (ମହାଲକ୍ଷ୍ମୀଙ୍କର ପାର୍ବଣ) – ପାଖାପାଖି ସପ୍ତହେ ବ୍ୟାପି ଗଜଲକ୍ଷ୍ମୀ ପୂଜା ଢେଙ୍କାନାଳ, ଚୌଦ୍ଵାର ଏବଂ ଓଡ଼ିଶାର ଅନ୍ୟାନ୍ୟ ଅଞ୍ଚଳରେ ବଡ଼ ଧୂମ୍​ଧାମ୍​ରେ ପାଳନ କରାଯାଏ। କୁମାର ପୂର୍ଣ୍ଣିମା ଦିନ‌କୁ ଲକ୍ଷ୍ମୀଙ୍କର ଜନ୍ମଦିନ ରୂପେ ମଧ୍ୟ ପାଳନ କରାଯାଏ। ଏହି ଦିନ ସମୃଦ୍ଧିର ଦେବୀ ଲକ୍ଷ୍ମୀଙ୍କୁ ଗଜ ବାହନ ସ‌ହ ପୂଜା କରାଯାଇଥାଏ। ସାଧାରଣତଃ ଗଜଲକ୍ଷ୍ମୀଙ୍କୁ ଦିନଟିଏ ପାଇଁ ହିଁ ପୂଜା କରାଯାଇଥାଏ। କିନ୍ତୁ, କେତେକ ସ୍ଥାନରେ ଏହି ପୂଜା ୭/୧୦ ଦିନ ଧରି କରାଯାଇଥାଏ । ଏହି ପୂଜା ଅବସରରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ସୁନ୍ଦର ଗଜଲକ୍ଷ୍ମୀ ମେଢ଼ମାନ ତିଆରି ହୋଇଥାଏ। ଢେଙ୍କାନାଳରେ ଗଜଲକ୍ଷ୍ମୀ ପୂଜାର ପ୍ରସିଦ୍ଧି ପଛରେ ଐତିହାସିକ କାରଣ ରହିଛି। ଢେଙ୍କାନାଳ ଇତିହାସ ବର୍ଣ୍ଣନା କାରାଯାଇଛି ଯେ ଏଠାକାର ରାଜବଂଶ କୃଷ୍ଣ ବାସୁଦେବଙ୍କର ଉପାସକ ଭାବେ ବୈଷ୍ଣବ ମଠ ପ୍ରତିଷ୍ଠା କରିଥିଲେ। କୁଞ୍ଜକାନ୍ତର କୃଷ୍ଣମନ୍ଦିର ଏହି ରାଜବଂଶ ଆରାଧ୍ୟ ଦେବତା, ବଳରାମ ମନ୍ଦିର, ଜଗନ୍ନାଥ ମନ୍ଦିର, ବୃନ୍ଦାବନ ମଦିର, ବୃନ୍ଦାବନଚନ୍ଦ୍ର ମନ୍ଦିର, କପିଳାସର ନାରାୟଣ ମଦିର, ନୃସିଂହ ଓ ଲକ୍ଷ୍ମୀମୁର୍ତ୍ତୀ ପ୍ରତିଷ୍ଠା, ଚୈତନ୍ୟଙ୍କ ପାଦଚିହ୍ନ ପ୍ରତିଷ୍ଠା ଇତ୍ୟାଦି ବହୁବିଧ ପଦକ୍ଷେପ ଯୋଗୁଁ ବିଷ୍ଣୁ ପୂଜାର ପରମ୍ପରା ପ୍ରଜାଙ୍କ ଦ୍ଵାରା ଆଦୃତ ହୋଇପାରି ଥିବାରୁ ବିଷ୍ଣୁଙ୍କର ପତ୍ନୀ ଭାବରେ ଲକ୍ଷ୍ମୀ ପୂଜାର ପରମ୍ପରା ଏଠାରେ ଆରମ୍ଭ ହୋଇଥିଲା। ଢେଙ୍କାନାଳ ଜିଲ୍ଲା ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧ। ଏଠାରେ ଏହି ପୂଜା କୁମାର ପୂର୍ଣ୍ଣିମା, ହିନ୍ଦୁ କ୍ୟାଲେଣ୍ଡର୍ ଅନୁସାରେ ଆଶ୍ୱିନ ଶୁକ୍ଳ ପକ୍ଷର ୧୫ ତମ ଦିନ ଠାରୁ ଆରମ୍ଭ ହୋଇ ୧୧ ଦିନ ପର୍ଯ୍ୟନ୍ତ ଚାଲିଥାଏ। ଢେଙ୍କାନାଳର କଲେଜ୍ ରୋଡ଼୍‌ଠାରୁ ଆରମ୍ଭ କରି କୋରିହାଁ ଛକ (ପ୍ରାୟ ୭ କିଲୋମିଟର) ଯାଏଁ ରାସ୍ତାର ଦୁଇ କଡ଼ରେ ଅନେକ ଲକ୍ଷ୍ମୀ ମେଢ଼ ତିଆରି ହୋଇଥାଏ। ଏହି ପୂଜା ଅବସରରେ ସମ୍ପୂର୍ଣ୍ଣ ସ‌ହର ବିଭିନ୍ନ ପ୍ରକାର ଆଲୋକ ମାଳାରେ ସୁସଜ୍ଜିତ ହୋଇଥାଏ। ଏହି ଅବସରରେ ଜିଲ୍ଲା ପ୍ରଶାସନ ଦ୍ୱାରା ପଲ୍ଲୀଶ୍ରୀ ମେଳା ମଧ୍ୟ ଆୟୋଜିତ ହୋଇଥାଏ।
– ଦେବଦତ୍ତ ରଥ

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.