Home ଅନୁଗୁଳ ଆସନ୍ତା ୧୨ ଘଣ୍ଟା ପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ – ପ୍ରବଳ ବର୍ଷିବ

ଆସନ୍ତା ୧୨ ଘଣ୍ଟା ପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ – ପ୍ରବଳ ବର୍ଷିବ

156

ଭୁବନେଶ୍ୱର ୪-୭ (ଓଡ଼ିଆ ପୁଅ) ଆସନ୍ତା ୧୨ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, କନ୍ଧମାଳ, ବୌଦ୍ଦ, କଳାହାଣ୍ଡି, ଗଞ୍ଜାମ, ବଲାଙ୍ଗୀର ଜିଲ୍ଲା ଏହି ୮ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍ ବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଦ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, ନବରଙ୍ଗପୁର, ବଲାଙ୍ଗୀର ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଅପରପକ୍ଷରେ ଓଡିଶାର ଅଧିକାଂଶ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ। ଏହି ସ୍ଥାନଗୁଡ଼ିକରେ ଗୋଟିଏ କିମ୍ବା ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି ବୋଲି କହିଛି ପାଣିପାଗ ବିଭାଗ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.