Home Top News ଆଜି ପାଇଁ ଏହି ୨୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ – ପ୍ରବଳ ବର୍ଷିବ

ଆଜି ପାଇଁ ଏହି ୨୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ – ପ୍ରବଳ ବର୍ଷିବ

167

ଭୁବନେଶ୍ୱର ୨୭-୬ (ଓଡ଼ିଆ ପୁଅ) ଆସନ୍ତା ୧୨ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୁଆପଡା ଏହି ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଇଁ ୟେଲୋ ୱାର୍ଣ୍ଣି ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଏତଦ୍ ବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ ନୁଆପଡା ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ।

ଅପରପକ୍ଷରେ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ, ନୁଆପଡା, ରାୟଗଡ଼ା, କଳାହାଣ୍ଡି, ଗଜପତି ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି ବୋଲି କହିଛି ପାଣିପାଗ ବିଭାଗ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.