Odiapua.com

ଆଜିର ୧୪୩ ସଂକ୍ରମିତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର ୩-୬ (ଓଡ଼ିଆ ପୁଅ) : ପୁଣି ରାଜ୍ୟରେ ୧୪୩ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮ ରେ ପହଁଚିଛି। ଚିହ୍ନଟ ୧୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୧୧ ଜଣ ସ୍ଥାନୀୟ ବାସିନ୍ଦା। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୫୪ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୧୩୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

ଆଜି ରାୟଗଡା ଜିଲ୍ଲାକୁ ବ୍ୟାପିଛି କରୋନା। କେବଳ ରାୟଗଡା ଜିଲ୍ଲା ଏହି ମହାମାରୀ ସଂକ୍ରମଣରୁ ଦୂରରେ ଥିଲା। କିନ୍ତୁ ଆଜି ରାୟଗଡାରୁ ସଂକ୍ରମିତ ଚିହ୍ନଟ ହେବା ପରେ ଏବେ ସମସ୍ତ ଜିଲ୍ଲାରେ କରୋନା ସଂକ୍ରମଣ। ଏବେ ରାଜ୍ୟର ୩୦ଟି ଜିଲ୍ଲାରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆଜି ୧୬ଟି ଜିଲ୍ଲାରୁ ୧୪୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪୧ଜଣ ସୋନପୁର ୧୭, ବଲାଙ୍ଗୀର ୧୩, କେନ୍ଦ୍ରାପଡ଼ା ୯, ବାଲେଶ୍ୱର ୨୪, ନୂଆପଡ଼ା ୮ ଓ ମୟୁରଭଞ୍ଜରୁ ୮ଜଣ ଚିହ୍ନଟ ହୋଇଛନ୍ତି। ରାୟଗଡ଼ା, ଦେବଗଡ଼, କଳାହାଣ୍ଡି ଜଣେ ଲେଖାଁଏ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା, ଅନୁଗୁଳ, ଭଦ୍ରକ, ସମ୍ବଲପୁର, ୩ଜଣ ଲେଖାଏଁ, ଗଜପତି ଓ ସୁନ୍ଦରଗଡ଼ରୁ ୪ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

କେନ୍ଦ୍ରାପଡା ଜିଲ୍ଲାରେ ୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରୁ। ୫ ଗୁଜୁରାଟ, ୨ ମହାରାଷ୍ଟ୍ର ଏବଂ ୨ ଜଣ ତାମିଲନାଡୁ ଫେରନ୍ତା।

ନୂଆପଡା ଜିଲ୍ଲାରୁ ୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରୁ। ମହାରାଷ୍ଟ୍ର ଫେରନ୍ତା।

ସୋନପୁରରରୁ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୪। ୩ ଗୁଜୁରାଟ, ୮ ତାମିଲନାଡ଼ୁ ଏବଂ ୩ ତେଲେଙ୍ଗାନା ଫେରନ୍ତା। ୩ ସ୍ଥାନୀୟ କଣ୍ଟାକ୍ଟ କେସ୍।

ରାୟଗଡାରେ ପ୍ରଥମଥର ପାଇଁ କରୋନା ପ୍ରବେଶ କରିଛି। ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଦିଲ୍ଲୀ ଫେରନ୍ତା।

ଗଞ୍ଜାମରୁ ୪୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୩୬, ୧୦ ଗୁଜୁରାଟ, ୪ ମହାରାଷ୍ଟ୍ର, ଜଣେ ଆନ୍ଧ୍ରା ଫେରନ୍ତା।

ବଲାଙ୍ଗୀର ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୩ ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ ମହାରାଷ୍ଟ୍ରରୁ, ୨ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ତାମିଲନାଡୁରୁ ଫେରିଛନ୍ତି। ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରୁ।

ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪୧ ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ। ୧୦ ଜଣ ଗୁଜୁରାଟରୁ, ୪ ଜଣ ମହାରାଷ୍ଟ୍ରରୁ, ଜଣେ ଆନ୍ଧ୍ରପ୍ରଦେଶରୁ, ୨୧ ଜଣ ଗୁଜୁରାଟ/ମହାରାଷ୍ଟ୍ରରୁ ଫେରି ହୋମ୍ କ୍ବାରେଣ୍ଟାଇନ୍‌ରେ ଥିଲେ। ଅନ୍ୟ ୫ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରୁ।

ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ସୁରାଟ ଏବଂ ଜଣେ ଦିଲ୍ଲୀ ଫେରନ୍ତା। ସେମାନେ କ୍ବାରେଣ୍ଟାଇନ୍ ସେଣ୍ଟରରୁ।

ମୟୁରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୮ ଜଣ ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ ମହାରାଷ୍ଟ୍ରରୁ, ଜଣେ ତେଲେଙ୍ଗାନାରୁ ଏବଂ ଜଣେ ଦିଲ୍ଲୀରୁ ଫେରିଥିଲେ। ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

ଦେବଗଡରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ଥିଲେ।
ଅନୁଗୋଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ମହାରାଷ୍ଟ୍ର ଏବଂ ଜଣେ କର୍ଣ୍ଣାଟକରୁ ଫେରନ୍ତା। ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

ବାଲେଶ୍ବର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨୪ ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ। ଜଣେ ସ୍ଥାନୀୟ ବାସିନ୍ଦା।

ଭଦ୍ରକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ତାମିଲନାଡୁ ଫେରନ୍ତା, ଜଣେ ମହାରାଷ୍ଟ୍ରରୁ ଏବଂ ଜଣେ ପଶ୍ଚିମବଙ୍ଗରୁ ଫେରନ୍ତା।

କଳାହାଣ୍ଡି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଗୁଜୁରାଟରୁ ଫେରିଥିଲେ ଏବଂ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

ଗଜପତି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ତେଲେଙ୍ଗାନାରୁ, ଜଣେ ମହାରାଷ୍ଟ୍ରରୁ ଏବଂ ଜଣେ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ। ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

ସମ୍ବଲପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଆନ୍ଧ୍ରପ୍ରଦେଶ, ଜଣେ ମହାରାଷ୍ଟ୍ର ଏବଂ ଜଣେ ତେଲେଙ୍ଗାନାରୁ ଫେରିଥିଲେ। ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ। ଜଣେ ମହାରାଷ୍ଟ୍ର ଏବଂ ଜଣେ ତେଲେଙ୍ଗାନା ଫେରନ୍ତା। ଦୁଇ ଜଣ ସ୍ଥାନୀୟ ଅଞ୍ଚଳର, ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିଲେ।