Home Top News ଆସନ୍ତା କାଲି ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା – ଏହି ଜିଲ୍ଲାଗୁଡ଼ିକୁ ୟେଲୋ...

ଆସନ୍ତା କାଲି ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା – ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରୀ

139

ନୂଆ ଦିଲ୍ଲୀ ୨୭-୮ (ଓଡ଼ିଆ ପୁଅ) ପଶ୍ଚିମବଙ୍ଗ ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଏକ ଘୂର୍ଣ୍ଣିବଳୟ ଦେଖାଦେଇଛି। ଏହାର ପ୍ରଭାବରେ, ଆସନ୍ତା କାଲି ଏକ ଲଘୁ ଚାପ କ୍ଷେତ୍ର ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଆଜି ଠାରୁ ଆସନ୍ତା କାଲି ସକାଳ ପର୍ଯ୍ୟନ୍ତ

ଉପକୂଳ ଓଡ଼ିଶାର ଜିଲ୍ଲା ତଥା ଆଭ୍ୟନ୍ତରୀଣ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଛି।

ୟେଲୋ ୱାର୍ଣ୍ଣିଂ –

୧ – ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ଼, କଟକ, ଅନୁଗୁଳ, ଦେବଗଡ଼, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହା ଛଡ଼ା ବାଲେଶ୍ୱର, ଭଦ୍ରକ୍, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ଆସନ୍ତା କାଲି

ଦକ୍ଷିଣ ଓଡ଼ିଶାର ଜିଲ୍ଲା ତଥା ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ଅଛି ବୋଲି କହିଛି ପାଣିପାଗ ବିଭାଗ।

ସେହିପରି, କୋରାପୁଟ, ମାଲକାନଗିରି, ନବଗଙ୍ଗପୁର, ନୁଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.